ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା ହୋଇ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୭ ଜଣ ଗୁରୁତର ଆହତ ହୋଇଛନ୍ତି । ଏଭଳି ଭୟଙ୍କର ଦୁର୍ଘଟଣା ଘଟିଛି ଉତ୍ତରପ୍ରଦେଶ ବାରବାଙ୍କି ଜିଲ୍ଲାର କିଷନ ପଥ ବାବୁରି ନିକଟରେ । ମିଳିଥିବା ସୂଚନା ଅନୁସାରେ- ବସଟି ଦିଲ୍ଲୀରୁ ଉତ୍ତରପ୍ରଦେଶର ବାହାରିଚ୍ ଯାଉଥିଲା । ଏତିକିବେଳେ କିଷନ ପଥ ନିକଟରେ ବାଲିବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା । ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଆହତଙ୍କୁ ମିଳିବ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……