ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଭାସୀ ଜରିଆରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଭାବେ ଚାକିରି ପାଇଥିବା ୫୧ ହଜାରରୁ ଅଧିକ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତଙ୍କୁ ଉଦ୍ବୋଧନ ଦେବେ। ଦେଶର ୩୭ଟି ସ୍ଥାନରେ ଏହି ରୋଜଗାର ମେଳା ଅନୁଷ୍ଠିତ ହେବ। ନିଯୁକ୍ତିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ରୋଜଗାର ମେଳା ହେଉଛି ଏକ ବଳିଷ୍ଠ ପଦକ୍ଷେପ । ଭୁବନେଶ୍ୱରର ରେଳ ପ୍ରେକ୍ଷାଳୟରେ ମଧ୍ୟ ଆଜି ରୋଜଗାର ମେଳା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।






More Stories
ଶ୍ୱଶୁର,ଶାଶୁଙ୍କୁ ପୋଡି ଦେଲା ଜ୍ୱାଇଁ…..
ଆଫଗାନିସ୍ତାନରେ ବୋମା ମାଡ଼ କଲା ପାକ୍……
୧୫ IPS ଅଫିସରଙ୍କୁ ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ…..