ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି କେନ୍ଦ୍ରୀୟ ବଜେଟରେ ରେଳବାଇ ପାଇଁ ୨.୪୦ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ୨୦୧୪ ତୁଳନାରେ ଏହା ୯ ଗୁଣ ଅଧିକ। କେନ୍ଦ୍ର ସରକାର ଅନେକ ନୂଆ ଟ୍ରେନ ଓ ରେଳ ଲାଇନ ଆରମ୍ଭ କରାଯିବାକୁ ଲକ୍ଷ୍ୟ ରଖିଛନ୍ତି। ପିଏମ ଗତି ଶକ୍ତି ଓ ନ୍ୟାଶନାଲ ଲଜିଷ୍ଟିକ ନୀତି ଦ୍ୱାରା ଭାରତୀୟ ରେଳବାଇ ତା’ର ସେବାକୁ ତ୍ୱାରାନ୍ୱିତ କରୁଛି । ୨୦୨୩ ଆର୍ଥିକ ବର୍ଷରେ ରେଳବାଇ ୧.୩୭ ଲକ୍ଷ କୋଟି ଟଙ୍କାର ବଜେଟ ସମର୍ଥନ ପାଇଥିବା ବେଳେ ରାଜସ୍ୱ ଖର୍ଚ୍ଚ ବାବଦରେ ୩,୨୬୭ କୋଟି ପାଇଛି। ଏହା ଗତବର୍ଷ ତୁଳନାରେ ୧୭% ଅଧିକ। କେନ୍ଦ୍ର ସରକାର ମୋଟ ପୁଞ୍ଜି ବ୍ୟୟକୁ ୩୩% ବୃଦ୍ଧି ୧୦ ଟ୍ରିଲିୟନ ଟଙ୍କାରେ ପହଞ୍ଚାଇଛନ୍ତି। ଏହା ଜିଡିପିର ୩.୩%। ନିର୍ମଳା ସୀତାରମଣ ୫ମଥର ପାଇଁ ଆଜି ଗୃହରେ ବଜେଟ ଉପସ୍ଥାପନ କରିଛନ୍ତି। ସେ ତାଙ୍କ ବଜେଟ ଭାଷଣରେ କେନ୍ଦ୍ର ସରକାର ଦେଶର ଅଭିବୃଦ୍ଧି ପାଇଁ ନେଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଛନ୍ତି।






More Stories
ରାଜ୍ୟପାଳଙ୍କୁ ଭେଟିଲେ ବିଜୟ…..
ବିଜୟକୁ ଭେଟି ସମର୍ଥନ ଦେଲା କଂଗ୍ରେସ…..
ଇସ୍ତଫା ଦେଲେ ହିମନ୍ତ ବିଶ୍ବଶର୍ମା…..