ରିପୋର୍ଟ କାର୍ଡ / କୋଲକାତା
କରୋନାର ବ୍ୟାପକ ସଂକ୍ରମଣ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ଯାଉଥିବା ଯାତ୍ରୀମାନଙ୍କ ଆରଟିପିସିଆର ନେଗେଟିଭ ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି। ଏହାକୁ ନେଇ ଏବେ ଭୁବନେଶ୍ବର ରେଳ ଷ୍ଟେସନରେ ପ୍ରବଳ କଟକଣା ଲାଗୁ କରାଯାଇଛି। ଅନ୍ୟ ରାଜ୍ୟରୁ ପଶ୍ଚିମବଙ୍ଗର ଯେକୌଣସି ସ୍ଥାନକୁ ଯାଉଥିବା ଟ୍ରେନ୍ ଯାତ୍ରୀମାନଙ୍କୁ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଥିବା ଆବଶ୍ୟକ। ଏହି ରିପୋର୍ଟ ମୂଳ ଷ୍ଟେସନରୁ ଟ୍ରେନ୍ ଛାଡିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା କରାଯାଇଥିବା ଦରକାର । ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ପଶ୍ଚିମବଙ୍ଗର ଯେକୌଣସି ସ୍ଥାନକୁ ଯାଉଥିବା ଟ୍ରେନ ଯାତ୍ରୀମାନଙ୍କୁ ଟ୍ରେନ ଚଢ଼ିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା ହୋଇଥିବା ଆରଟିପିସିଆର ନେଗେଟିଭ୍ ରିପୋର୍ଟ ନେବାକୁ ଅନୁରୋଧ କରାଯାଇଛି । ପୁରୀ, ଭୁବନେଶ୍ୱର ଏବଂ ସମ୍ବଲପୁରରୁ ପଶ୍ଚିମବଙ୍ଗ ପାଇଁ ଛାଡ଼ଡୁଥିବା ଟ୍ରେନ ଯାତ୍ରୀମାନଙ୍କୁ ସାଙ୍ଗରେ ଆରଟିପିସିଆର ନେଗେଟିଭ ରିପୋର୍ଟ ଆଣିବାକୁ କୁହାଯାଇଛି।






More Stories
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……