Report Card Odisha

| Daily Odia News

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ…..

ରିପୋର୍ଟ କାର୍ଡ / ପୁରୀ

ଆଜି ହେଉଛି ରୁକ୍ମିଣୀ ହରଣ ଏକାଦଶୀ । ଗତକାଲି ରାଜେନ୍ଦ୍ରାଭିଷେକ ପରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ। ଶ୍ରୀମନ୍ଦିରରେ ସକାଳଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହୁଏ । ଏହାପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ କରନ୍ତି । ଭୋଗ ମଣ୍ଡପ ଶେଷ ପରେ ମଦନମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବାର ପରମ୍ପରା ରହିଛି । ସକାଳ ଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବା ପରେ ମହାଜନ ସେବକ ରୁକ୍ମିଣୀଙ୍କୁ ସାତ ପାହାଚରେ ଥିବା ପାଲିଙ୍କିରେ ବିଜେ କରାଇଥାନ୍ତି । ରାଜଧାନୀରେ ମାନବୀ ରୂପରେ ଦେବୀ | ବାଜା-ଧୂପ ଦେଇ ମନ୍ଦିରକୁ ନେଇଗଲେ ଶ୍ରଦ୍ଧାଳୁ ପରେ ବିମାନବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଢିବା ପରେ ବେଶ ସମ୍ପର୍ଣ୍ଣ ହୋଇଥାଏ । ପୁନର୍ବାର ଅନ୍ୟାନ୍ୟ ନୀତି ବଢ଼ି ଶ୍ରୀବିଗ୍ରହ ମାନଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯାଏ। ସନ୍ଧ୍ୟାଧୂପ ନୀତି ବଢ଼ି ସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସଵ ଅନୁଷ୍ଠିତ ହୁଏ । ଏପଟେ ଆଜି ୠକ୍ମିଣୀ ହରଣ ନୀତି ପାଇଁ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ଗୋଟାଏରୁ ୫ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହମାନଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Breaking News