ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ରଥରେ ବସି ମାଉସୀ ଘରକୁ ଯିବେ ପ୍ରଭୁ ଶ୍ରୀଲିଙ୍ଗରାଜ |ଦୁଇବର୍ଷ ପରେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ହେବାକୁ ଯାଉଛି ମହାମିଳନ` ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି ଏକାମ୍ର କ୍ଷେତ୍ର। ଅପରାହ୍ନ ସାଢେ ୩ଟାରେ ଆରମ୍ଭ ହେବ ରଥ ଟଣା । ଖବର ଅନୁଯାୟୀ, ଭୋରରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇ ଯାଇଛି । ଦିନ ୩ ଟା ୩୦ରେ ରଥଟଣା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ୫ ଦିନ ଧରି ହେବାକୁଥିବା ରୁକୁଣା ରଥଯାତ୍ରା ପାଇଁ ଚଳଚଞ୍ଚଳ ଏକାମ୍ରକ୍ଷେତ୍ର । ଏଥର ଭକ୍ତଙ୍କ ଗହଳିରେ ଗଡିବ ରୁକୁଣା ରଥ। ଦୀର୍ଘ ଦୁଇ ବର୍ଷ ପରେ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ସାମିଲ ହେବେ ଭକ୍ତ । ପ୍ରଶାସନ ପକ୍ଷରୁ ଭକ୍ତଙ୍କ ସୁରକ୍ଷାକୁ ଗୁରୁତ୍ବ ଦିଆଯାଇଛି । ସେହିପରି ରଥ ଟଣା ବେଳେ ଭିଡ ଅଧିକ ହେବ ବୋଲି ଆକଳନ କରାଯାଉଛି । ତେଣୁ ଏଥର ଯାତ୍ରାରେ ଭକ୍ତଙ୍କ ସୁରକ୍ଷା ସହ ଶାନ୍ତିଶୃଙ୍ଖଳାକୁ ଅଗ୍ରାଧିକାର ଦିଆଯାଇଛି । ସେପଟେ ଶ୍ରୀଲିଙ୍ଗରାଜଙ୍କ ରଥଯାତ୍ରା ପାଇଁ ଆଜି ଓ ୧୩ତାରିଖ ଦିନ ଦିନ ମାଉସୀ ମା’ ଛକଠାରୁ ରଥ ରୋଡ୍ ପର୍ଯ୍ୟନ୍ତ ଗାଡି ଚଳାଚଳ ଉପରେ କଟକଣା ଜାରି ହୋଇଛି।
More Stories
ଗୋଟିଏ ହ୍ବିସିଲ୍ରେ ଭାଙ୍ଗିଯିବ ବିଜେଡି…..
ବରିଷ୍ଠ ନାଗରିକଙ୍କୁ ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦୀ…..
ସ୍ୱର୍ଗଦ୍ୱାରରେ କାଠ ବଦଳରେ ଘସିରେ ହେବ ଶବଦାହ…..