Report Card Odisha

| Daily Odia News

ଆଜି ସାବିତ୍ରୀ ବ୍ରତ, ସ୍ୱାମୀଙ୍କ ଦୀର୍ଘାୟୁ କାମନା କରୁଛନ୍ତି ସଧବା ନାରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ସାବିତ୍ରୀ ଅମାବସ୍ୟା। ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସଧବା ନାରୀ ନିଷ୍ଠାର ସହ ପାଳନ କରନ୍ତି ବ୍ରତ । ଏହି ବ୍ରତରେ ନାରୀମାନେ ସାବିତ୍ରୀ, ଯମଦେବ ଓ ସତ୍ୟବାନକୁ ପୂଜା କରିଥାନ୍ତି। ସ୍ୱାମୀ ହିଁ ସ୍ତ୍ରୀର ସର୍ବସ୍ୱ। ଏହି ସାବିତ୍ରୀ ବ୍ରତ ପଛରେ ରହିଛି ଅନେକ ପୌରାଣିକ କଥା -କିମ୍ବଦନ୍ତୀ ଅନୁସାରେ, ସତ୍ୟବାନ ଅଳ୍ପାୟୁ ଥିଲେ ବି ମୃତ୍ୟୁକୁ ଜୟ କରିଥିଲେ। ଏହା ସମ୍ଭବ ହୋଇଥିଲା ତାଙ୍କ ସ୍ତ୍ରୀ ସାବିତ୍ରୀଙ୍କ ପାଇଁ। ଜଣେ ଶ୍ରେଷ୍ଠ କନ୍ୟା ହେଲେ ସାବିତ୍ରୀ। ସେ ଥିଲେ ରାଜକନ୍ୟା। ସାବିତ୍ରୀ ଦେବୀଙ୍କୁ ପ୍ରାର୍ଥନା କରି ମାଦ୍ରଦେଶର ରାଜା ଅଶ୍ୱପତି ତାଙ୍କୁ କନ୍ୟା ରୂପେ ପାଇଥିଲେ। ସତ୍ୟବାନଙ୍କ ରୂପ ଓ ଗୁଣରେ ମୁଗ୍ଧ ହୋଇ ତାଙ୍କୁ ବିବାହ କରିବେ ବୋଲି ଇଚ୍ଛା କରିଥିଲେ। ବିବାହ ପରେ ସତ୍ୟବାନ ଗୋଟିଏ ବର୍ଷ ବଂଚିବେ ଜାଣି ମଧ୍ୟ ତାଙ୍କୁ ବିବାହ କରି ଜଙ୍ଗଲରେ ରହୁଥିଲେ। ଠିକ୍ ବର୍ଷକ ପରେ ସତ୍ୟବାନଙ୍କ ମୃତ୍ୟୁ ହୋଇଥିଲା। ମହାସତୀ ସାବିତ୍ରୀଙ୍କ ତପ ବଳରେ ସେ ପୁର୍ନଜନ୍ମ ପାଇଥିଲେ। ଯମରାଜଙ୍କୁ ନିଜର ଯୁକ୍ତି ବଳରେ ସନ୍ତୁଷ୍ଟ କରି ସାବିତ୍ରୀ ନିଜ ସ୍ୱାମୀଙ୍କୁ ଫେରିପାଇଥିଲେ। ତେବେ ଏ ବର୍ଷ ବି ସାବିତ୍ରୀ ବ୍ରତର ଉତ୍ସାହକୁ ଫିକା ପକାଇ ଦେଇଛି ମହାମାରୀ କୋରନା ଓ ଲକଡାଉନ୍ କଟକଣା ସଂକ୍ରମଣ | ଭୟରେ ମନ୍ଦିର ଓ ବିଭିନ୍ନ ଦେବାଳୟ ବନ୍ଦ ଥିବାରୁ ଘରେ ରହି ପୂଜା କରୁଛନ୍ତି ମହିଳା ।

 

 

Breaking News