ରିପୋର୍ଟ କାର୍ଡ / ସାଲେପୁର
ଆଜି ସକାଳେ ଘଟିଥିବା ବସ୍-ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ୩ ଜଣଙ୍କ ମଧ୍ୟରେ ଟ୍ରକ ଚାଳକ ରହିଛନ୍ତି। ଟ୍ରକ ଚାଳକ ଜଣଙ୍କ ରାଜସ୍ଥାନର ବୋଲି ଜଣାପଡିଛି। ପୂର୍ବରୁ ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା ପ୍ରତି ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି। ଖାଲି ସେତିକି ନୁହେଁ, ଆହତ ଓ ଗୁରୁତରମାନଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି | ସୂଚନା ଯୋଗ୍ୟ, ଏହି ମର୍ମନ୍ତୁଦ ଦୁର୍ଘଟଣା ସକାଳେ ନିଶ୍ଚିନ୍ତକୋଇଲି କଟରପଡା ଛକ ନିକଟରେ ଘଟିଛି। କେନ୍ଦ୍ରାପଡାରୁ କଟକ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେବା ସହ ଘଟଣାର ତଦନ୍ତ ଜାରି ରହିଛି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..