ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲା ପୋଲିସ ହାତରେ ଧରା ପଡିଲା ୧୫୨୦ କିଲୋଗ୍ରାମର ଚୋରା ଗଞ୍ଜେଇ । ଜବତ ଗଞ୍ଜେଇର ବଜାର ମୁଲ୍ୟ ପ୍ରାୟ ଦେଢ କୋଟି ଟଙ୍କା ହେବ ବୋଲି ଚିତ୍ରକୋଣ୍ଡା ଏସ.ଡି.ପି.ଓ କହିଛନ୍ତି । ଏହି ଗଞ୍ଜେଇ କାରବାରରେ ଜଣେ ଓ୍ୱେବ ମିଡିଆ ସାମ୍ବାଦିକ ଥିବା ସୂଚନା ମିଳିଛି | ବଣ୍ଡାଘାଟିର ମୁଦୁଲିପଡା ଠାରୁ ଜୟପୁରକୁ ଚୋରା ଚାଲାଣ ହେଉଥିଲା ଏହି ସବୁ ଗଞ୍ଜେଇ ଜବତ ହୋଇଛି । ବିଶେଷ ସୁତ୍ରରୁ ଖବର ପାଇଁ ଖଇରପୁଟ ଥାନା ପୋଲିସ ଗୋବିନ୍ଦପାଲି ରାସ୍ତାରେ ଚଢ଼ାଉ କରିଥିଲା । ଚଢାଉ ବେଳେ ପୋଲିସ ହାତରେ ଧରା ପଡିଥିଲା ଗୋଟିଏ କାର ଓ ଗୋଟିଏ ପିକ୍ ଏପ୍ ଭ୍ୟାନ । ଗଞ୍ଜେଇ ସହ ୫ ଜଣ ଚୋରା ଚାଲାଣକାରୀଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି । ଗିରଫ ୫ ଜଣଙ୍କ ମଧ୍ୟରେ ବୈପାରିଗୁଡାର ଜଣେ ୱେବ ଚ୍ୟାନେଲର ସାମ୍ବାଦିକ ରହିଥିବା ଜଣା ପଡିଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..