ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୨୪ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ୧୩ ତାରିଖରେ ପ୍ରଥମଥର ପାଇଁ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ପରେ ୧୫ ତାରିଖରେ ଏହାର ଅବଧି ପୁଣି ବୃଦ୍ଧି କରାଯାଇଥିଲା। ଆଜି ସକାଳ ୧୦ଟାରେ ଏହି ଅବଧି ସରୁଥିବା ବେଳେ ସୋସାଲ ମିଡିଆ ଅପବ୍ୟବହାର ଆଶଙ୍କାରେ ପୁଣି ୨୪ ଘଣ୍ଟା ପାଇଁ ଏହାର ଅବଧିକୁ ବୃଦ୍ଧି କରାଯାଇଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..