ରିପୋର୍ଟ କାର୍ଡ / ସମ୍ବଲପୁର
୪/୫ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ସମ୍ବଲପୁର ଟାଉନଥାନା ଅନ୍ତର୍ଗତ ଠେଲକୋପଡ଼ା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଛି। କ’ଣ ପାଇଁ ଯୁବକଙ୍କୁ ହତ୍ୟା କରିଛନ୍ତି ତାହାର କାରଣ ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡ ପରେ ସମସ୍ତ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଚଳାଇଛି।






More Stories
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..