ରିପୋର୍ଟ କାର୍ଡ଼ / ଭୁବନେଶ୍ବର
ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ଶୁକ୍ରବାର ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ନିଜର ଶତାଧିକ ସମର୍ଥକଙ୍କ ସହ ବିଧିବଦ୍ଧ ଭାବରେ ବିଜେପିରେ ସାମିଲ ହୋଇଛନ୍ତି। ନିକଟରେ ସଞ୍ଜୀବ ସାହୁ ବିଜେଡି ଛାଡ଼ିଥିଲେ। ଏହାପରେ ସେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା। ଶ୍ରୀ ସାହୁ ବୀରମହାରାଜପୁର ଓ ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ଲେଖାଏଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହା ସାଙ୍ଗକୁ ବିଭିନ୍ନ ସମୟରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ବିଜ୍ଞାନ ଓ କାରିଗରୀ କୌଶଳ, ପଞ୍ଚାୟତିରାଜ, ପରିବହନ ଆଦି ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ଗତ ନିର୍ବାଚନରେ ଆଠମଲ୍ଲିକରେ ବିଜେଡ଼ି ତାଙ୍କୁ ଟିକେଟ ଦେଇ ନ ଥିଲା।
Discussion about this post