ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଓଡିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି ଶୁକ୍ରବାର ଶପଥ ଗ୍ରହଣକରିଛନ୍ତି । ଜଷ୍ଟିସ୍ ଯଶୱନ୍ତ ସିଂ ଓ ଜଷ୍ଟିସ୍ ଅରିନ୍ଦମ୍ ସିହ୍ନାଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ. ମୁରଲୀଧର । ହାଇକୋର୍ଟ ନୂଆ କନଫରେନ୍ସ ହଲ୍ ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଯଶୋୱନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କ ଓଡ଼ିଶା ହାଇକୋର୍ଟକୁ ଏବଂ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ହୋଇଥିବା ବେଳେ ବଦଳି ହୋଇ ଆସିଥିବା ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଏହି ସଂଖ୍ୟା ୧୪ରେ ପହଞ୍ଚିଛି।
Discussion about this post