ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମାଆ ସରସ୍ବତୀ। ଆଜି ସମସ୍ତ ଶିକ୍ଷାନୁଷ୍ଠାନରେ ମାଆଙ୍କୁ ସ୍ବତନ୍ତ୍ର ଭାବରେ ଆରାଧନା କରାଯାଉଛି। ସକାଳୁ ସକାଳୁ ଛୋଟ ଛୋଟ ପିଲାମାନେ ସ୍କୁଲ ଯାଇଛନ୍ତି। ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଇଥାଏ । ଏହି ଦିନ ଅନେକ ନୂତନ କାର୍ଯ୍ୟର ଆରମ୍ଭ ମଧ୍ୟ କରାଯାଇଥାଏ । ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ପୂଜା କରାଯାଉଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..