Report Card Odisha

| Daily Odia News

ଜେଲ ଗଲେ ଶରତ ନାୟକ ଓ ଖେଳ ଶିକ୍ଷକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେଜେଲ ଗଲେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଏବଂ ଖେଳ ଶିକ୍ଷକ ଅନୁପମ ରାୟ। ଉଭୟଙ୍କୁ ପୋକସୋ କୋର୍ଟରେ ହାଜର କରିବା ପରେ ପାରାଦୀପ ଜେଲକୁ ପଠାଇ ଦିଆଯାଇଛି। ମାହାଙ୍ଗା ନାବାଳିକା ମୃତ୍ୟୁ ଓ ପ୍ରମାଣ ନଷ୍ଟ ମାମଲାରେ ଉଭୟଙ୍କୁ ଗତକାଲି ଗିରଫ କରିଥିଲା ମାହାଙ୍ଗା ପୋଲିସ । ସୂଚନା ଅନୁସାରେ, ୨ ମାସ ତଳେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ତେବେ କିଛି ଦିନ ତଳେ ଏକ ଅଡିଓ ଭାଇରାଲ ହେବା ପରେ ଏହି ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଭାଇରାଲ ହୋଇଥିବା ଅଡିଓରେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ଖେଳ ଶିକ୍ଷକ ଅନୁପମ ରାୟଙ୍କ ମା’ଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳପ ରହିଥିଲା। ପ୍ରମାଣ ନଷ୍ଟ କରିବାକୁ ଓ ମାମଲାକୁ ରଫାଦଫା କରିବାକୁ ଅନୁପମ ରାୟଙ୍କ ମାଙ୍କୁ ଶରତ ନାୟକ ୭୦ ହଜାର ଟଙ୍କା ମାଗିଥିଲେ। ପଲୀକୁ ବି ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲେ। ମୃତ ନାବାଳିକାଙ୍କ ସହିତ ଜଗତସିଂହପୁର ଜିଲ୍ଲାର ଗୋକନ ହାଇସ୍କୁଲରେ ଖେଳ ଶିକ୍ଷକ ଥିବା ଅନୁପମ ରାୟଙ୍କର ପ୍ରେମ ସଂପର୍କ ଥିଲା ବୋଲି ସୂଚନା ରହିଛି। ଅଡିଓ ଭାଇରାଲ ହେବା ପରେ ଶରତ ନାୟକଙ୍କୁ ଦଳର ପ୍ରାଥମିକ ସଦସ୍ୟତାରୁ ନିଲମ୍ବନ କରିଥିଲା ବିଜେଡି। ପୋଲିସ ମଧ୍ୟ ତତ୍ପରତା ଦେଖାଇଥିଲା ।

Breaking News