ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଇଏଏସ୍ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏଠାରେ ଅବସ୍ଥାପିତ ଥିବା ୨୦୧୧ କ୍ୟାଡର ଆଇଏଏସ୍ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବଦଳି ହୋଇଛି।ଶ୍ରୀ ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥି ସହିତ ଶ୍ରୀ ତ୍ରିପାଠୀଙ୍କ ହାତରେ ଏସ୍ସିଏସ୍ଟିଆରଟିଆଇ ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ।






More Stories
ପଥର ଖୋଲରୁ ନାବାଳକ ଉଦ୍ଧାର…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ…..
ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ…..