ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା ଗୃହୀତ। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଗ୍ରହଣ କରିଛନ୍ତି। ଏ ନେଇ ଦଳ ପକ୍ଷରୁ ସୂଚନା ମିଳିଛି। ସସ୍ମିତ ପାତ୍ର ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ଭାବେ କାର୍ଯ୍ୟ କରୁଥିଲେ । ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏବଂ ତାଙ୍କର ଏହି ଇସ୍ତଫା ପତ୍ରକୁ ଦଳୀୟ ସଭାପତି ଅନୁମୋଦନ କରିଛନ୍ତି। ସସ୍ମିତ ପାତ୍ରଙ୍କ ଇସ୍ତଫା ପରେ ଏବେ ରାଜ୍ୟ ସଭାରେ ଦଳର ନେତୃତ୍ୱ କିଏ ନେବ, ସେ ନେଇ ଆଲୋଚନା ଆରମ୍ଭ ହେଉଛି ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..