ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ସଂକ୍ରମଣ ହୁହୁ ହୋଇବଢି ଚାଲିଥିବା ବେଳେ କେତେକ ରାଜ୍ୟରେ କରୋନା ସଂକ୍ରମଣ ବେକାବୁ ରହିଛି | ଓଡ଼ିଶାର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କରୋନା ସଂକ୍ରମଙ୍କୁ ନିୟନ୍ତ୍ର କରିବା ପାଇଁ ରାଜ୍ୟ ସରକାର କଠୋର ହୋଇଛନ୍ତି । ସେଥି ପାଇଁ ରାଜ୍ୟରେ ନାଇଟ୍ କର୍ଫ୍ୟୁ ଏବଂ ସଟଡାଉନ ଭଳି କଟକଣା ଲାଗୁ କରାଯାଇଛି । ଆସନ୍ତାକାଲିଠୁ ରାଜ୍ୟରେ ଶନିବାର ଓ ରବିବାର ସଟଡାଉନ୍ ଲାଗୁହେବ। ପୂର୍ବ ନିଷ୍ପତ୍ତି ମୁତାବକ୍ ବନ୍ଦ ରହିବ ସମସ୍ତ ଦୋକାନ ବଜାର ଓ ଗାଡି ଚଳାଚଳ । କମିଶନରେଟ ପୋଲିସ ପକ୍ଷରୁ ଆରମ୍ଭ ହୋଅଗଲାଣି ପ୍ରସ୍ତୁତି । ତେବେ ଆଜି ରାତି ୯ଟାରୁ ସୋମବାର ସକାଳ ୫ଟା ଯାଏଁ ବନ୍ଦ ରହିବ ଚଳାଚଳ । ସେପଟେ ସଟଡ଼ାଉନ୍ ବେଳେ କେବଳ ଜରୁରୀକାଳୀନ ସେବାରେ ନିୟୋଜିତ ବ୍ୟକ୍ତିଙ୍କୁ ବାଦ୍ ଦେଲେ ଆଉ କେହି ଘରୁ ବାହାରିବାକୁ ମନା ହୋଇଛି । ମେଡ଼ିକାଲ, ବିଦ୍ୟୁତ୍, ଜଳ ଯୋଗାଣ, କନଷ୍ଟ୍ରକସନ୍ ଗଣମାଧ୍ୟମ, କାମ ଭଳି ଜରୁରୀ ସେବାରେ ନିୟୋଜିତ ଥିବା ବ୍ୟକ୍ତି ନିଜର ପରିଚୟ ପତ୍ର ଦେଖାଇ ଯାଇପାରିବେ । ଯଦି କେହି ବିନା କାମରେ ଘରୁ ବାହାରିବେ ତେବେ ସେମାନଙ୍କ ବିରୋଧରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ । ଏହି ସମୟରେ ଯେପରି ଅତ୍ୟାବଶ୍ୟକୀୟ ସାମଗ୍ରୀ ବାଧା ପ୍ରାପ୍ତ ନହୁଏ ସେ ସବୁ ଦୃଷ୍ଟି ଦିଆଯାଇଛି । ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପକୁ ବାଦ୍ ଦେଲେ ବାକି ସମସ୍ତ ଦୋକାନବଜାର ବନ୍ଦ ରହିବ । ଅନ୍ୟ ରାଜ୍ୟରୁ ପରିବା, ତେଜରାତି ସାମଗ୍ରୀ ନେଇ ଆସୁଥିବା ଟ୍ରକରୁ ଯେମିତି ମାଲ୍ ଅନ୍ଲୋଡ୍ ହୋଇ ପାରିବ ତା ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଛି ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..