Report Card Odisha

| Daily Odia News

ସତ୍ୟପାଲ ମଲ୍ଲିକଙ୍କ ପରଲୋକ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଅପରାହ୍ନ ୧ଟା ୨୦ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସତ୍ୟପାଲ ଦୀର୍ଘ ଦିନ ହେବ କିଡନୀ ରୋଗରେ ପୀଡିତ ଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେ ୧୧ରେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ ।ସତ୍ୟପାଲ ମଲ୍ଲିକ ୨୩ଅଗଷ୍ଟ ୨୦୧୮ରୁ ୩୦ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ରାଜ୍ୟପାଳ ରହିଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ ଆଜିର ଦିନ ୫ଅଗଷ୍ଟ ୨୦୧୯ରେ ଜମ୍ମୁ-କାଶ୍ମରରୁ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ୧୯୪୬ମସିହା ଜୁଲାଇ ୨୪ରେ ସତ୍ୟପାଲ ମଲ୍ଲିକ ଜନ୍ମଗ୍ରହଣ କରିଥିଲେ ।

Breaking News