ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ୨୭ ପରିବର୍ତ୍ତେ ମେ ୨୬ରେ କରିବା ପାଇଁ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭କୁ ସ୍ଥିରହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି। ଫଳରେ ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..