ରିପୋର୍ଟ କାର୍ଡ / କଟକ
କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ତ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ନିଜର ଏକ୍ସ ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଏବଂ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କ ପାଇଁ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ସେପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଘଟଣାରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।






More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ……
ରାଇରଙ୍ଗପୁରରେ ରାଷ୍ଟ୍ରପତି,ଆଜି ଆସିବେ ପ୍ରଧାନମନ୍ତ୍ରୀ…..
ପିଲାଙ୍କ ବହିରେ ଭୁଲ୍ ;ତନାଘନା ଆରମ୍ଭ……