ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନାରେ ଆର୍ଥିକ ସହାୟତା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି ଆବେଦନ ଚାଲିବ । ଛାତ୍ରଛାତ୍ରୀମାନେ www. samsodisha. gov.inରେ ଆବେଦନ କରିପାରିବେ । ମୁଖ୍ୟମନ୍ତ୍ରୀ ମେଧାବୃତ୍ତି ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ଉଚ୍ଚଶିକ୍ଷା କ୍ଷେତ୍ରରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଆର୍ଥିକ ସହାୟତା ଦିଆଯାଉଛି । ରାଜ୍ୟର ସମସ୍ତ ସରକାରୀ ଏବଂ ଘରୋଇ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହନ ରାଶି ପାଇବା ନିମନ୍ତେ ଆବେଦନ କରିପାରିବେ ।






More Stories
ବରଗଡ ଧନୁଯାତ୍ରା ପାଇଁ ୧ କୋଟି…..
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା……