ରିପୋର୍ଟ କାର୍ଡ / ଉମରକୋଟ
ଚନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ମୋହରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସ୍କୁଲ୍ ବସ୍ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ୧୫ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଛାତ୍ରଙ୍କୁ ଚନ୍ଦାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ଦୁଇ ଜଣ ଗୁରୁତର ଛାତ୍ରଛାତ୍ରୀଙ୍କୁ କୋରାପୁଟ ଓ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..