Report Card Odisha

| Daily Odia News

ବନ୍ଦ ହେବ ନାହିଁ ସ୍କୁଲ …..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି | କେତେକ ରାଜ୍ୟରେ କରୋନା ସଂକ୍ରମଣ ବଢିଯାଇଛି | ଓଡ଼ିଶାରେ ମଧ୍ୟ କରୋନା ସଂକ୍ରମଣ ବଢିଛି | ଆଜି ଗୋଟିଏ ଦିନରେ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ କେତେକ ଶିକ୍ଷାନୁଷ୍ଠାନରେ ସଂକ୍ରମଣ ଚିହ୍ନଟ ହୋଇଛନ୍ତି | ଆଜି ସ୍କୁଲ ବନ୍ଦକୁ ନେଇ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି କି ନବମ ଏବଂ ଏକାଦଶ ଶ୍ରେଣୀ ପାଇଁ ବନ୍ଦ ହେବ ନାହିଁ ସ୍କୁଲ। ବର୍ତ୍ତମାନ ସୁଦ୍ଧା ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନାହିଁ। ଯାହା ହୋଇଛି, ଘରୋଇ ଶିକ୍ଷାନୁଷ୍ଠାନରେ ହୋଇଛି ବୋଲି କହିଲେ ମନ୍ତ୍ରୀ । ଯେହେତୁ ସରକାରୀ ସ୍କୁଲରେ କେହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି ତେଣୁ ନବମ ଏବଂ ଏକାଦଶ ପାଇଁ ସ୍କୁଲ ବନ୍ଦ ହେବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ। କେବଳ ଏତିକି ନୁହେଁ ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୩୦ ତାରିଖରେ ସେମାନଙ୍କର ଅଭ୍ୟାସ ପରୀକ୍ଷା ରହିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, ରାଜ୍ୟ ସରକାର ସମସ୍ତ ଏସ୍ଓପି ମାନି କ୍ଲାସ ଚଳାଉଛନ୍ତି। ତେଣୁ ସ୍କୁଲ ବନ୍ଦ ହେବ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାଶ।

Breaking News