ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଲଗାତାର ବର୍ଷା ଯୋଗୁଁ ଚାରିଆଡେ ପାଣିର ଲହରୀ ମାରୁଛି । ରାସ୍ତାଘାଟରେ ପାଣି ଜମିରହିଛି | ଆଜି ପ୍ରବଳ ବର୍ଷା ସମ୍ଭାବନା ଯୋଗୁଁ ରାଜ୍ୟ ସରକାର ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ମୁଖ୍ୟତଃ କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ , ମୟୂରଭଞ୍ଜ ଓ ନୟାଗଡ଼ ଆଦି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସୂଚନା ଅନୁଯାୟୀ, ଏହି ଜିଲ୍ଲାରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡି ବନ୍ଦ ରହିବ । ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି | ଏହି ସୂଚନା ପିଲାଙ୍କ ନିକଟରେ ପହଞ୍ଚାଇବା ନିମନ୍ତେ ଗଣମାଧ୍ୟମ, ଫୋନ୍ ତଥା ହ୍ୱାଟସ୍ ଆପ୍ ଗ୍ରୁପ୍ର ସାହାଯ୍ୟ ନିଆଯାଉଛି। ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ବିଡିଓଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..