ରିପୋର୍ଟ କାର୍ଡ / ଭୁବନେଶ୍ଵର
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସମ୍ବଲପୁର, ନୂଆପଡା, ଝାରସୁଗୁଡା, ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ ତାରିଖରୁ ସ୍କୁଲ ଛୁଟି ଘୋଷଣା ହୋଇଛି। ପ୍ରବଳ ଖରାକୁ ଆଖି ଆଗରେ ରଖି ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। ଏସବୁ ଜିଲ୍ଲାରେ ଅଙ୍ଗନଓ୍ବାଡି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ। ପରବର୍ତ୍ତୀ ନିର୍ଦେଶ ପର୍ଯ୍ୟନ୍ତ ସ୍କୁଲ , କଲେଜ ଗୁଡିକ ବନ୍ଦ ରହିବ। କିନ୍ତୁ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ବୌଦ୍ଧରେ ୫ ଦିନ ଯାଏଁ ସ୍କୁଲ , କଲେଜ ଛୁଟି। ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ସ୍କୁଲ , କଲେଜ ଛୁଟି ଘୋଷଣା କରାଯାଇଛି। ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ପରୀକ୍ଷା ଗୁଡିକ ବନ୍ଦ ହେବନାହିଁ, ସକାଳ ସମୟରେ ହେବ।






More Stories
ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ…..
ତାତିରୁ ମିଳିବ ମୁକ୍ତି,ଆସୁଛି ବର୍ଷା…..
ଗୋଟିଏ ଟ୍ରାକ୍ ରେ ୨ ଟ୍ରେନ୍ ମୁହାଁମୁହିଁ…..