ରିପୋର୍ଟକାର୍ଡ / ଭୁବନେଶ୍ୱର
୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆସନ୍ତା ତିନି ତାରିଖରେ ରାଷ୍ଟ୍ରପତି ଯାଜପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଯାଜପୁର ପୌରାଞ୍ଚଳରେ ସ୍କୁଲ ଛୁଟି କରାଯାଇଛି । ତିନି ତାରିଖରେ ରାଷ୍ଟ୍ରପତି ମା’ ବିରଜାଙ୍କ ଦର୍ଶନ କରିବା ସହ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି । ପୌରପାଳିକା ସମେତ ସହର ସଂଲଗ୍ନ ସବୁ ସ୍କୁଲ ବନ୍ଦ ରହିବ । ଜିଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ଘୋଷଣା କଲେ ବିଇଓ ।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..