ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କରେ ହୋଇଥିବା ୧୪ ହଜାର କୋଟି ଟଙ୍କା ଠକେଇର ଅଭିଯୁକ୍ତ ମେହୁଲ ଚୋକ୍ସିଙ୍କୁ ପୁଞ୍ଜି ବଜାରରୁ ୧୦ ବର୍ଷ ପାଇଁ ବାସନ୍ଦ କରାଯାଇଛି। ତାଙ୍କ ଉପରେ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ ୫ କୋଟି ଟଙ୍କାର ଜରିମାନା ଲାଗୁ କରିଛନ୍ତି। ୪୫ ଦିନ ଭିତରେ ଜରିମାନା ଦେବାକୁ ତାଙ୍କୁ କୁହାଯାଇଛି। ସେୟାର କାରବାରରେ ହେରଫେର କରିଥିବା ଅଭିଯୋଗରେ ତାଙ୍କୁ ଏହି ଦଣ୍ଡ ଦିଆଯାଇଛି। ଭାରତ ଛାଡ଼ି ଚାଲିଯାଇଥିବା ଚୋକ୍ସି ଏବେ ଆଣ୍ଟିଗୁଆରେ ରହୁଛନ୍ତି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..