Report Card Odisha

| Daily Odia News

ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ,ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ। ବିରୋଧୀ ଦଳ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି । ଏଥିସହ ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ହେବ। ଏହାସହ ଗୃହରେ ପଞ୍ଚାୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ,ଶ୍ରମ ଓ କର୍ମଚାରୀ, ରାଜ୍ୟ ବୀମା ଓ ସରକାରୀ ଉଦ୍ୟୋଗ ବିଭାଗର ପ୍ରଶ୍ନ କାଳ ରହିଛି। ବିରୋଧୀ ଦଳ ପକ୍ଷରୁ ଦରଦାମ ବୃଦ୍ଧି ଆଉ ସରକାର ଚୁପ୍ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ ଦିଆଯାଇଛି। ଗତକାଲି ପ୍ରଥମ ଦିନରେ ଦୁଇ ବିରୋଧୀ ବିଜେଡ଼ି ଓ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।

Breaking News