ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି-ଛତିଶଗଡ଼ ସୀମା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଥିବ ବେଳେ ଜଣେ ନକ୍ସଲ ନିହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଗୋଡ଼ରେ ୨ଟି ଗୁଳି ବାଜିଛି। ଛତିଶଗଡ଼ରୁ କିଛି ନକ୍ସଲ ନଦୀ ପାର ହୋଇ ମାଲକାନଗିରି ଅଭିମୁଖେ ଆସୁଥିବା ସୁରକ୍ଷାକର୍ମୀମାନେ ଗୋଇନ୍ଦା ସୁତ୍ରରୁ ଖବର ପାଇଥିଲେ। ପରେ ସେହି ଅଞ୍ଚଳରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁ ମୁହିଁ ହୋଇଥିଲେ। ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚାଳନା କରିଥିଲେ। ସୁରକ୍ଷା କର୍ମୀମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଗୁଳିବିନିମୟରେ ନକ୍ସଲ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..