ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଏକ ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡା। ଆଜି ସେ ପୁରୀ ଯାଉଥିଲେ ଘୋଷଯାତ୍ରା ଅବସରରେ ଫଟୋ ଉଠାଇବା ପାଇଁ। ଭୋର ପ୍ରାୟ ୫ଟା ବେଳେ ସେ ବାଇକ୍ ଯୋଗେ ପୁରୀ ଅଭିମୁଖେ ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା | ଗୁରୁତର ଅବସ୍ଥାରେ ଅଶୋକ ପଣ୍ଡାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……