Report Card Odisha

| Daily Odia News

ସୈନିକ ସ୍କୁଲ ରାସ୍ତାରେ ସିରିଜ ଦୁର୍ଘଟଣା,୨ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା ୪ଜଣଙ୍କ ଉପରେ ମାଡି ଯାଇଥିଲା। ଏପରିକି କାର୍‌ଟି ଭାରସାମ୍ୟ ହରାଇ ଏକ ଅଟୋ ଏବଂ ଏକାଧିକ ବାଇକ୍‌ ଉପରେ ଚଢି ଯାଇଥିଲା। ଫଳରେ ଦୁର୍ଘଟଣାରେ ୪ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଦୁର୍ଘଟଣା ପରେ ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ପୋଲିସ ଏହି ଘଟଣାର ତଦନ୍ତ କରୁଥିବା ଜଣା ପଡିଛି |

Breaking News