Report Card Odisha

| Daily Odia News

ଶେଷ ହୋଇଛି ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ,୧୫୭ ଉପହାର ଧରି ଭାରତ ଫେରିଲେ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ନ୍ୟୁୟର୍କରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ସ୍ୱଦେଶ ଫେରିଛନ୍ତି । ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତ ଶେଷକରି ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ତେବେ ଭାରତ ଆସିବା ବେଳେ ସାଙ୍ଗରେ ନେଇ ଆସିଛନ୍ତି ୧୫୭ଟି ସ୍ୱତନ୍ତ୍ର ଉପହାର । ସଂଯୁକ୍ତ ରାଷ୍ଟ୍ର ମହାସଭାକୁ ସମ୍ବୋଧନ କରିବା ପରେ ମୋଦୀ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି । ଏହି ଅବସରରେ ମୋଦିଙ୍କୁ ମିଳିଥିବା ଉପହାର ସମୂହ ୧୫୭ ଟି କଳାକୃତି ଏବଂ ପୂରାତନ ମୂର୍ତ୍ତି ଧରି ଆସୁଛନ୍ତି । ଏହି କଳାକୃତି ଗୁଡ଼ିକୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ତାଙ୍କୁ ଉପହାର ସ୍ୱରୁପ ଭେଟି ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ କାଳରେ ବଡ଼ ବଡ଼ ବ୍ୟବସାୟ ପ୍ରତିନିଧିମାନଙ୍କୁ ଭେଟିଥିଲେ । ସେ ୱାଶିଂଟନ ଡିସିରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହିତ ଦ୍ୱିପାକ୍ଷିକ ବୈଠକରେ ଯୋଗ ଦେଇଥିଲେ । ସେହିପରି ଗସ୍ତ ଆରମ୍ଭରେ ଉପରାଷ୍ଟ୍ରପତି କମଲା ହାରିସଙ୍କ ସହିତ କଥା ହୋଇଥିଲେ । ପ୍ରଧାନମନ୍ତ୍ରୀ କ୍ୱାର୍ଡ ସମ୍ମିଳନୀକୁ ମଧ୍ୟ ସଂବୋଧନ କରିଥିଲେ । ସେ ଅଷ୍ଟ୍ରେଲିଆ ଓ ଜାପାନ ସମକକ୍ଷଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଚର୍ଚ୍ଚା କରିଥିଲେ । ତେବେ ବୈଠକର ମୁଖ୍ୟ ଏଜେଣ୍ଡା ଥିଲା ଆଫଗାନିସ୍ତାନ ଏବଂ ସେଠାକାର ତାଲିବାନୀ ସରକାର । ଆଫଗାନିସ୍ତାନ ସହିତ ଜଡ଼ିତ ଅନେକ ପ୍ରସଙ୍ଗ ଉପରେ ରାୟ ରଖାଯାଇଛି ଏବଂ ଭବିଷ୍ୟତର ଉଦ୍ଦେଶ୍ୟରେ ମଧ୍ୟ ନିର୍ଦ୍ଧାରିତ କରାଯାଇଛି । ତାଲିବାନ ବ୍ୟତୀତ ଚୀନ ବିପକ୍ଷରେ ଆମେରିକା, ଭାରତ, ଅଷ୍ଟ୍ରେଲିଆ ଓ ଜାପାନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ।

Breaking News