ରିପୋର୍ଟ କାର୍ଡ / ଭୁବନେଶ୍ଵର
ବିଜେପି ଫୋକସରେ ରହିଛି ଓଡିଶା । ଘନ ଘନ ବିଜେପିର କେନ୍ଦ୍ରୀୟ ନେତା ଓଡ଼ିଶା ଗସ୍ତରେ ଆସି ହାଇଭୋଲଟେଜ୍ ପ୍ରଚାର କରୁଛନ୍ତି । ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସମ୍ବଲପୁର, କେନ୍ଦୁଝର , ପରଜଙ୍ଗ ଓ ନୟାଗଡରେ ମାରାଥନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ। ସମ୍ବଲପୁର ସଭା ପରେ କେନ୍ଦୁଝର ଯିବେ ଶାହା । ସେଠାରେ ମେଡିକାଲ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ପୂର୍ବରୁ ପ୍ରଧାନମମନ୍ତ୍ରୀ ମୋଦୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ନିଜ ପ୍ରଚାର ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିସାରିଛନ୍ତି। ତେଣୁ ଆଜି ଶାହଙ୍କ ଅଭିଭାଷଣ ଉପରେ ସମସ୍ତଙ୍କ ନଜର ରହିଛି।






More Stories
ରୁପା ଆମଦାନୀ ଉପରେ କଟକଣା……
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା…..