ରିପୋର୍ଟକାର୍ଡ / ଭୁବନେଶ୍ୱର
ଅମିତ୍ ଶାହାଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଆସନ୍ତା ୧୦ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅସିଥାନ୍ତେ। ଭୁବନେଶ୍ବରରେ ପହଞ୍ଚିବା ପରେ ସେଠାରୁ ଜଟଣୀ ଯାଇ ଫରେନ୍ସିକ୍ ବିଶ୍ବବିଦ୍ୟାଳୟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଥିଲା। ପରେ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହିତ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଏକ ବୈଠକରେ ଯୋଗଦେଇଥାନ୍ତେ।। ସେହିପରି ୧୧ ତାରିଖରେ ସମ୍ବଲପୁର ଗସ୍ତ କରି ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପ ଶିଳାନ୍ୟାସ କରିବା ନେଇ ସୂଚନା ରହିଥିଲା। କିନ୍ତୁ ଶାହାଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି।






More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..