Report Card Odisha

| Daily Odia News

ସାରା ରାଜ୍ୟରେ ୨ଟାରୁ ଦୋକାନ ବନ୍ଦ….

ରିପୋର୍ଟ କାର୍ଡ / ଭୁବନେଶ୍ଵର

ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ । ଆଜି ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ମେ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଦିନ ୨ଟାରୁ ଦୋକାନ ବନ୍ଦ ରହିବ। ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ଶୁକ୍ରବାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମହାସଂଘ ଏହି ସଂପର୍କରେ ରାଜ୍ୟ ସରକାରଙ୍କୁ ଅବଗତ କରାଇଥିବା ସୂଚନା ଦିଆଯାଇଛି। ସୂଚନା ଅନୁସାରେ- ଏହା ପୂର୍ବରୁ ଆସନ୍ତା ୩ ତାରିଖରୁ କଟକର ସମସ୍ତ ଦୋକାନ ବଜାର ଅପରାହ୍ନ ୨ ଟା ଯାଏଁ ଖୋଲାରହିବ ବୋଲି ବିଭିନ୍ନ ବ୍ୟବସାୟୀ ସଂଘ ଓ ପୂଜା କମିଟି ତରଫରୁ ନିଷ୍ପତ୍ତି ହୋଇଥିଲା। ପ୍ରଶାସନ ମଧ୍ୟ ଏଥିରେ ସହମତ ପ୍ରକାଶ କରିଛି । ମେଡିସିନ୍ ଦୋକାନ ବ୍ୟତୀତ ସମସ୍ତ ଦୋକାନ, ବ୍ୟବସାୟ ପ୍ରତିଷ୍ଠାନ, ମାଲଗୋଦାମ ଏବଂ ଛତ୍ରବଜାରରେ ଲୋଡିଂ ଏବଂ ଅନଲୋଡିଂ କାର୍ଯ୍ୟକଳାପ ପ୍ରତିଦିନ ଅପରାହ୍ନ ୨ଟା ପରେ ବନ୍ଦ ରହିବ । ଏହି ନିଷ୍ପତ୍ତି ଆସନ୍ତା ୩ ତାରିଖରୁ ୧୮ ତାରିଖ ଯାଏଁ ବଳବତ୍ତର ରହିବ ।

Breaking News