ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅସାଧୁ ମିଲରଙ୍କୁ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ କଡ଼ା ଚେତାବନୀ। କଟନୀ ଛଟନୀ କରୁଥିବା ମିଲରଙ୍କୁ କାରଣ ଦର୍ଶାଅ ନୋଟିସ। କୃଷକମାନଙ୍କୁ ହଇରାଣ କଲେ କଡ଼ା ଆକ୍ସନ ନିଆଯିବ ବୋଲି ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ। ଆଉ ପୁରୁଣା ନୀତି ଚାଲିବ ନାହିଁ, ନୂଆ ସରକାରଙ୍କ ନୂଆ ନୀତି ତେଣୁ ଠକିଲେ କଡ଼ା ଆକ୍ସନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ କରିଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ କରୁଛି ସରେଣ୍ଡର କରିଯାଆନ୍ତୁ । ସରେଣ୍ଡର ନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ।






More Stories
ଗୋଟିଏ ଅଫିସରେ ରହିପାରିବେନି ୩ ବର୍ଷରୁ ଅଧିକ…..
ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା…..
୨୬ରେ ମୌସୁମୀ ଛୁଇଁବ କେରଳ!…..