Report Card Odisha

| Daily Odia News

ମଙ୍ଗଳବାର ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ…..

ରିପୋର୍ଟ କାର୍ଡ / ପୁରୀ

ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତା ୨୩ ସେପ୍ଟେମ୍ବର (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ଯ ସରକାରଂକ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ ଲ ଏଥିପାଇଁ ସେପ୍ଟେମ୍ବର ୨୩ ତାରିଖରେ, ସକାଳ ୧୦ ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ l ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ ଲ ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ l ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ | ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିବେଦନ କରିଛନ୍ତି ।

Breaking News