Report Card Odisha

| Daily Odia News

ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ…..

ରିପୋର୍ଟ କାର୍ଡ / ପୁରୀ

ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ପୁରୀକୁ ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ଓ ଟ୍ରାଫିକ୍ ସୁପରିଚାଳନା ନେଇ ବ୍ୟାପକ ପ୍ରସ୍ତୁତି କରିଛି ପୁରୀ ପୁଲିସ । ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି । ପୁରୀର ମୁଖ୍ୟ ପ୍ରବେଶପଥରେ ଚେକିଂକୁ କଡାକଡି କରାଯିବ । ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଯାନ ଜେଲ୍ ରୋଡ ପାର୍କିଂରେ, କୋଣାର୍କରୁ ଆସୁଥିବା ଚାରିଚକିଆ ତାଳବଣିଆ ପାର୍କିଂରେ ଓ ବ୍ରହ୍ମଗିରିରୁ ଆସୁଥିବା ଚାରିଚକିଆ ଯାନ ଷ୍ଟର୍ଲିନ କିମ୍ବା ଯାତ୍ରିକା ପାର୍କିଂରେ ରହିବ। ମେଡିକାଲ୍ ଛକଠାରୁ ଶ୍ରୀମନ୍ଦିର ଓ ବେଳାଭୂମି ପର୍ଯ୍ୟନ୍ତ କୌଣସି ଚାରିଚକିଆ ଯାନ ଯାତାୟାତ କରିବ ନାହିଁ। ମାର୍କେଟ ଛକଠାରୁ ହେବ NO VEHICLE ZONE । ଶ୍ରୀମନ୍ଦିର ବାହାରେ ଓ ଶ୍ରୀମନ୍ଦିର ଭିତରେ ଭିଡ ନିୟନ୍ତ୍ରଣ ସହ ମହାପ୍ରଭୁଙ୍କ ଦର୍ଶନର ସୁବ୍ୟବସ୍ଥା କରାଯିବ ବୋଲି ଏସପି ସୂଚନା ଦେଇଛନ୍ତି । ବେଳାଭୂମିରେ ପର୍ଯ୍ୟାପ୍ତ ଲାଇଫଗାର୍ଡ ମୁତୟନ ହେବାସହ ଜିରୋ ନାଇଟ୍ ସେଲିବ୍ରେସନ ବେଳେ ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯିବ। ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ଆନ୍ତରାଜ୍ୟ ଲୁଟେରା ଗ୍ୟାଙ୍ଗ୍ ଉପରେ ତୀକ୍ଷ୍ନ ନଜର ରଖାଯିବ ବୋଲି ଏସପି କହିଛନ୍ତି।

Breaking News