Report Card Odisha

| Daily Odia News

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପାଇଁ ମହାଯଜ୍ଞ ଆରମ୍ଭ……

ରିପୋର୍ଟ କାର୍ଡ / ପୁରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି।ଆଜିଠାରୁ ଆରମ୍ଭ ହେବ ମହାଯଜ୍ଞ।ଶ୍ରୀମନ୍ଦିର ଚାରିଦ୍ୱାରର ରୁଗ୍, ସାମ ଯଦୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହେବ। ଅନ୍ୟପକ୍ଷରେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି। ଦେଶର କୋଣ ଅନୁକୋଣରୁ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସହରର ୩ ଟିସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ୪୪ ପ୍ଳାଟୁନ ଫୋର୍ସ ଓ ସିସିଟିଭି ସର୍ଭେଲାନ୍ସରେ ପୂରା ସହର ଉପରେ ରହିବ ନଜର। ଆସନ୍ତା ୧୭ ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିବ।

 

Breaking News