ରିପୋର୍ଟ କାର୍ଡ / ଭୁବନେଶ୍ୱର
ବହୁ ଚର୍ଚ୍ଚିତ ପୋଲିସ ଏଏସଆଇ ନିଯୁକ୍ତି ଜାଲିଆତି ମାମଲାରେ ୧୬ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ । ୨୯ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ରହିଥିଲା । ମାମଲାରେ ସଂପୃକ୍ତି ଥିବା ନେଇ ଗିରଫ ହୋଇଥିବା ୧୬ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ପାଇ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା । ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରାଯାଇଥିବା ସୂଚନା ମିଳିଛି । ୧୬ଜଣଙ୍କ ମଧ୍ୟରୁ ୯ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ପରେ ୭ଜଣ ଅଭିଯୁକ୍ତଙ୍କୁ ସିବିଆଇ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଏହି ମାମଲାର ତଦନ୍ତ ଚାଲିଛି, ଆହୁରି ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ନେଇ ସିବିଆଇ ଚାର୍ଜସିଟରେ ଦର୍ଶାଇଛି । ତ୍ୱରିତ ଦିଗରେ କିଭଳି ତଦନ୍ତ କରାଯିବ ତାହା ଉପରେ କାର୍ଯ୍ୟ କରାଯାଉଛି ।






More Stories
ସହରାଞ୍ଚଳକୁ ମନ୍ତ୍ରୀଙ୍କ ହାଇ ଆଲର୍ଟ…..
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..