Report Card Odisha

| Daily Odia News

ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ କଟକ

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବିଶିଷ୍ଟ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିଥିବାରୁ ଶୁଭେଚ୍ଛା ଜଣାଇଛନ୍ତି। ଏଥି ସହିତ ଶ୍ରୀ ମେଘୱାଲ କେରଳ ହାଇକୋର୍ଟ ପାଇଁ ବିଚାରପତି ସିଏସ୍‌ ସୁଧାଙ୍କୁ ଅତିରିକ୍ତ ବିଚାରପତି ଓ ଗୁଜରାଟ ହାଇକୋର୍ଟରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ବୁଡ଼ି ହାବଙ୍ଗଙ୍କୁ ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ସୂଚନା ଦେଇଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନାମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦୁଇ ବରିଷ୍ଠତମ ବିଚାରପତିଙ୍କ ସହିତ ପରାମର୍ଶ କରି ୨୦୨୩, ଜାନୁଆରି ୧୭ରେ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନାମ ସୁପାରିସ କରିଥିଲେ। ଏହି ସୁପାରିସକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ସମ୍ମତି ପ୍ରଦାନ କରିଥିଲେ। ଏହାପରେ ଶ୍ରୀ ମିଶ୍ର ଓ ଶ୍ରୀ ବେହେରାଙ୍କ ନିଯୁକ୍ତି ସଂପର୍କିତ ପ୍ରସ୍ତାବକୁ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଗ୍ରହଣ କରାଯାଇଥିଲା।

Breaking News