ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କର୍ଣ୍ଣାଟକ ନିର୍ବାଚନ ଫଳାଫଳ ବାହାରିବାର ୪ ଦିନ ପରେ ମୁଖ୍ୟମନ୍ତ୍ରୀ କିଏ ହେବ ନିଷ୍ପତ୍ତି ହୋଇଛି। ଶେଷରେ ଭାଗବାଣ୍ଟ ଛିଣ୍ଡିଛି । ଶେଷରେ ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମୈୟା କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ପଦ ହାତେଇ ନେଇଥିବା ବେଳେ ଡିକେ ଶିବ କୁମାର ହେବେ ଡେପୁଟି ସିଏମ୍ । ଶପଥ ଗ୍ରହଣ ସମାହୋର ଆସନ୍ତା ୨୦ ତାରିଖ ମଧ୍ୟାହ୍ନ ୧୨ଟା୩୦ରେ ବାଙ୍ଗାଲୁରୁରେ ହେବ । ଏନେଇ ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି । ଏହା ଉପରେ ମୋହର ମାରିବା ନିମନ୍ତେ କର୍ଣ୍ଣାଟକା କଂଗ୍ରେସ ବିଧାୟକ ଦଳ ବୈଠକ ଆଜି ସନ୍ଧ୍ୟା ୭ଟାରେ ବେଙ୍ଗାଲୁରୁରେ ଡକାଯାଇଛି। ଅଖିଳ ଭାରତୀୟ କଂଗ୍ରେସ କମିଟିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ବେଙ୍ଗାଲୁରୁରେ ପହଞ୍ଚିବାକୁ କୁହାଯାଇଛି।






More Stories
ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନମ ୱାଙ୍ଗଚୁକ…..
ଶାନ୍ତିପୂର୍ଣ୍ଣ ପ୍ରତିବାଦ ପ୍ରତ୍ୟେକ ନାଗରିକଙ୍କ ଅଧିକାର, ଲାଠିଚାର୍ଜ ଠିକ୍ ନୁହେଁ’…..
ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା !…..