ରିପୋର୍ଟ କାର୍ଡ / ମୟୁରଭଞ୍ଜ
ଆଜିଠାରୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ବିଭିନ୍ନ ସମସ୍ୟାକୁ ନେଇ ଦୀର୍ଘ ଏକ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ଶିମିଳିପାଳ ବିକାଶ ପରିଷଦ ପକ୍ଷରୁ ୫ ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାସ୍ତା ଅବରୋଧ କରି ଅଭୟାରଣ୍ୟକୁ ବନ୍ଦ କରି ରଖିଥିଲେ।ଏଥିରେ ସ୍ଥାନୀୟ ବାସିନ୍ଦା ମଧ୍ୟ ସାମିଲ ଥିଲେ। ବାରମ୍ବାର ଅଭୟାରଣ୍ୟ କର୍ତ୍ତୃପକ୍ଷ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା ପରେ ମଧ୍ୟ ଖୋଲି ନଥିଲା ଶିମିଳିପାଳ। ତେବେ ଶିମିଳିପାଳ ଅନ୍ତେବାସୀଙ୍କ ସହ ଅଭୟାରଣ୍ୟ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ବିଭାଗୀୟ ଅଧିକାରୀଙ୍କର ଗତକାଲି ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଥିଲା।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..