ରିପୋର୍ଟ କାର୍ଡ / ମୟୁରଭଞ୍ଜ
ଆଜିଠାରୁ ୪ ମାସ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଆଜିଠୁ ଅଭୟାରଣ୍ୟକୁ ବନ୍ଦ ରଖାଯିବ । ଏନେଇ ସୂଚନା ଦେଇଛନ୍ତି ଉତ୍ତର ଶିମିଳିପାଳର ଏସିଏଫ୍ ପ୍ରଦୀପ କୁମାର ଦେ । ବର୍ଷା ଆସିଲେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଏ । ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । ବର୍ଷା କମିବା ପରେ ଆଭ୍ୟନ୍ତରୀଣ ରାସ୍ତା ଓ ପୋଲର ମରାମତି କରାଯାଇଥାଏ । ଏହାପରେ ଶୀତ ଆଗମନ ହେଲେ ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଥାଏ ଶିମିଳିପାଳ ଗେଟ୍।






More Stories
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..