ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ଏହି ସୂଚନା ଦେଇଛନ୍ତି | ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା | ଆଉ ଆସନ୍ତା ୧୦ ତାରିଖରୁ ଏହା ଖୋଲାଯିବ | ତେବେ ଚଳିତବର୍ଷ ଶିମିଳିପାଳକୁ କମ୍ ସଂଖ୍ୟାରେ ପର୍ଯ୍ୟଟକ ଆସିଥିଲେ। ଗତବର୍ଷ ୨୦୨୨-୨୩ରେ ୪୧ ହଜାର ୩୪୬ ଜଣ ପର୍ଯ୍ୟଟକ ଆସିଥିବା ବେଳେ ଚଳିତବର୍ଷ ୨୦୨୩-୨୪ରେ ୨୫ ହଜାର ୮୪୬ ଜଣ ଆସିଥିଲେ । ୨୦୨୩ ନଭେମ୍ବରରେ ୩୨୬୯ ଜଣ, ଡିସେମ୍ବରରେ ୬୪୭, ୨୦୨୪ ଜାନୁଆରିରେ ୧୬୦୭, ଫେବ୍ରୁଆରିରେ ୫୮୦, ମାର୍ଚ୍ଚରେ ୭୯୭, ଏପ୍ରିଲରେ ୨୫୩ ଓ ମେ’ ମାସରେ ୧୭୮ ଜଣ ପର୍ଯ୍ୟଟକ ଶିମିଳିପାଳ ବୁଲିବାକୁ ଆସିଥିଲେ। ଆଉ ଏଥର ପର୍ଯ୍ୟଟକଙ୍କ ସଂଖ୍ୟା ଅଧିକ ରହିବ ବୋଲି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ ଆଶା ରଖିଛନ୍ତି |






More Stories
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..
ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି…..