ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା ଆରମ୍ଭ ହେଉଛି | ସରକାରୀ ବିଶ୍ବବିଦ୍ୟାଳୟ, ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରି କଲେଜରେ ଥିବା ପିଜି ତଥା ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଲାଗି ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା। ଏହି ପରୀକ୍ଷା ଅଗଷ୍ଟ ୧୩ ଯାଏ(ଅଗଷ୍ଟ ୭, ୯ ଓ ୧୧ ବ୍ୟତୀତ) ଚାଲିବ | ୭୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ପ୍ରବେଶିକା ପରୀକ୍ଷା ଦେବେ। ପରୀକ୍ଷା ଲାଗି ସାରା ରାଜ୍ୟରେ ୨୬ଟି କେନ୍ଦ୍ର କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ପରୀକ୍ଷା କେନ୍ଦ୍ର ହୋଇଛି। ପ୍ରତିଦିନ ତିନୋଟି ସେସନ୍ ଯଥା ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ପ୍ରଥମ, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦ୍ବିତୀୟ ଓ ଅପରାହ୍ନ ୩ଟାରୁ ୪ଟା ୩୦ ମଧ୍ୟରେ ତୃତୀୟ ସେସ୍ନ ପରୀକ୍ଷା ଅନୁଷ୍ଠିତ ହେବ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କ ଲାଗି ଅତିରିକ୍ତ ୩୦ ମିନିଟ୍ ସମୟ ଦିଆଯିବ। ପ୍ରଥମ ଦିନ ନୃତତ୍ତ୍ବ ବିଜ୍ଞାନ, ଭୂଗୋଳ, ଏମ୍ବିଏ ଓ ମେରାଇନ୍ ସାଇନ୍ସ ବିଷୟର ପରୀକ୍ଷା ରହିଛି। କୋଭିଡ୍ କଟକଣା ମଧ୍ୟରେ ହେଉଥିବା ଏହି ପ୍ରବେଶିକା ପରୀକ୍ଷାକୁ ସମ୍ବଲପୁର ବିଶ୍ବବିଦ୍ୟାଳୟ ସଂଯୋଜନା କରୁଛି।
More Stories
ବବି ଦାସ ଭାଇଙ୍କ ନାଁରେ ଏତଲା….
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..
ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା…..