Report Card Odisha

| Daily Odia News

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି।

Breaking News