ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର ପୁରୀ, ଲୋକାରଣ୍ୟ ହୋଇଛି ବଡଦାଣ୍ଡ । ମହାପ୍ରଭୁଙ୍କୁ ହାତୀ ବେଶରେ ଦର୍ଶନ କରିବାକୁ ହଜାର ହଜାର ଭକ୍ତଙ୍କ ଗହଳି । ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ପ୍ରଥମେ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ପରେ ବଡ଼ବାଡ଼ଗ୍ରାହୀ ଶ୍ରୀବଳଭଦ୍ର ଧାଡି ପହଣ୍ଡିରେ ଆସିଥିଲେ । ବଡ଼ଭାଇଙ୍କ ପରେ ମା’ ସୁଭଦ୍ରାଦେବୀ ଆସି ଚକାରେ ବିଜେ କରିଥିଲେ। ଶେଷରେ ଧାଡି ପହଣ୍ଡିରେ କୋଟି ଓଡ଼ିଆର ମଉଡମଣୀ ବ୍ରହ୍ମାଣ୍ଡଗୋସାଇଁ ପ୍ରଭୁ ଶ୍ରୀଜଗନ୍ନାଥ ବିଜେ କରିଥିଲେ | ସୂଚନାଯୋଗ୍ୟ, ଜ୍ୟେଷ୍ଠ ମାସର ପବିତ୍ର ପୁର୍ଣ୍ଣିମାକୁ ସ୍ନାନ ପୂର୍ଣ୍ଣିମା ବା ଦେବସ୍ନାନ ପୁର୍ଣ୍ଣିମା ବୋଲି କୁହାଯାଏ। ଏହିଦିନ ସମସ୍ତ ଦେବା ଦେବୀ ସ୍ନାନ କରନ୍ତି |
More Stories
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସର ବିରୋଧ…..
ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ…..
ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ,ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ…..