ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ମାତ୍ର ୯ ଦିନ ରହିଲା ଦଶହରା। କିନ୍ତୁ ଏଥର ଦଶହରାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଗ ପଛ ହୋଇ ଆସୁଛି ଦୁଇ ଦୁଇଟି ବଡ଼ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆଜି ଉତ୍ତର ଓ ଅତି ପ୍ରବଳ ବର୍ଷା ହେବ ପାଣିପାଗ କେନ୍ଦ୍ର। କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାକି ୨୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..